ରାଜ୍ୟରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ

0 69

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୬୫ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ, ପୁରୀ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

fourteen + 1 =