ରାଜ୍ୟରେ କରୋନା ନେଲା ଆଉ ୭ ଜଣଙ୍କ ଜୀବନ

0 84

ଭୁବନେଶ୍ୱର : ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

hiring

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୭୪୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୩୮୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୧୦୩୪୯୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

10 − 10 =