ଭୁବନେଶ୍ୱର ୨୫।୧୧: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୯୭ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ , ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୩୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୦୦୯ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୦୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୭୧୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୪୫୪୫୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।