ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୪ କରୋନା ପଜିଟିଭ୍, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା

0 36

ଭୁବନେଶ୍ୱର ୨୭।୧୧: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୫୪ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୧ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୪୯୨ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୬୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୬୯୩୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

1 × 2 =