ଭୀଷଣ ବାତ୍ୟାର ରୂପ ନେଲା ଅସାନି, ଜାଣନ୍ତୁ ପୁରୀଠାରୁ କେତେ କି.ମି ଦୂରରେ ଅଛି

0 132

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୬୮୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ୧୦ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ବର୍ଷାର ପୂର୍ବାନୁମାନ କରାଯାଇଥିବ ବେଳେ ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବାର ସମ୍ଭାବନା ରହିଛି।

hiranchal ad1
Leave A Reply

Your email address will not be published.

1 × four =