ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ ସାଧକ ଡ.ଦାମୋଦର ହୋତାଙ୍କ ପରଲୋକ

0 40

ଭୁବନେଶ୍ୱର,୬/୨: ଓଡ଼ିଶାର ବିଶିଷ୍ଟ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ଡ.ଦାମୋଦର ହୋତାଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୮୬ବର୍ଷ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଡାକ୍ତରଖାନାକୁ ନିଆଯାଉଥିବା ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ପଣ୍ଡିତ ଦାମୋଦର ହୋତା ଶାସ୍ତ୍ରୀୟ ସଙ୍ଗୀତ ଗୁରୁ ତଥା ଓଡ଼ିଶୀ ସଙ୍ଗୀତ କଣ୍ଠଶିଳ୍ପୀ ଭାବେ ଖ୍ୟାତି ଅର୍ଜନ କରିଥିଲେ । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଅଧ୍ୟକ୍ଷ ତଥା ବରିଷ୍ଠ ହିନ୍ଦୁସ୍ତାନୀ ଶିକ୍ଷକ ଭାବେ କାର୍ଯ୍ୟ କରିଥିଲେ । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର କଲେଜ ଅଫ୍‌ ମ୍ୟୁଜିକ ଆଣ୍ଡ ଫାଇନ ଆର୍ଟରୁ ଅଧ୍ୟୟନ କରିଥିବା ଡ.ଦାମୋଦର ହୋତା ସଙ୍ଗୀତରେ ଡକ୍ଟରେଟ୍‌ ଡିଗ୍ରୀ ହାସଲ କରିଥିଲେ । ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା । ପଣ୍ଡିତ ଦାମୋଦର ହୋତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତୀ ଟ୍ୱିଟ କରି ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ବିଶିଷ୍ଟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ତଥା ପଣ୍ଡିତ ଦାମୋଦର ହୋତାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଉଡ୍ରପଦ୍ଧତ୍ତୀୟ ସଙ୍ଗୀତର ଗବେଷଣା ଓ ପ୍ରଚାର ପ୍ରସାର କ୍ଷେତ୍ରରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି ।

hiranchal ad1
Leave A Reply

Your email address will not be published.

four × one =