ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଲା

0 181

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଛି । ଆଜି ପୁଣି ଆଉ ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪ଜଣ ସୁନ୍ଦରଗଡ ଜିଲ୍ଲାର ହୋଇଥିବା ବେଳେ ୩ଜଣ ଭଦ୍ରକ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଏ ପର୍ଯ୍ୟନ୍ତ ୩୭ଜଣ ଏହି ମହାମାରୀ ଭାଇରସରୁ ସୁସ୍ଥ ହୋଇଥିବା ବେଳେ ୮୦ଜଣ ଏବେ ମଧ୍ୟ ଚିକିତ୍ସିତ ହେଉଛନ୍ତି । ଭଦ୍ରକରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟ କୋଲକତା ଲିଙ୍କ ରହିଥିବା ପ୍ରାଥମିକ ସୂଚନାରୁ ଜଣାପଡିଛି ।

hiranchal ad1
Leave A Reply

Your email address will not be published.

three × 1 =