ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ

0 334

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତ ଯାଜପୁରର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଯୁବତୀ ଓ ୨ଜଣ ପୁରୁଷ ରହିଛନ୍ତି। ଏମାନଙ୍କ ବୟସ ଯଥାକ୍ରମେ ୧୮, ୫୬ ଓ ୬୫ ରହିଛି। ଚିହ୍ନଟ ଆକ୍ରାନ୍ତ ସମସ୍ତଙ୍କର କୋଲକାତା ଲିଙ୍କ୍‌ ଥିବା କୁହାଯାଉଛି।  ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଥିବା ବେଳେ ୮୮ଜଣ ଚିକିତ୍ସାଧୀନ ଅଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିସାରିଛି।

hiranchal ad1
Leave A Reply

Your email address will not be published.

nine + five =