ଧାମନଗର ଉପନିର୍ବାଚନ; ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ

0 125

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ଆଜି ସକାଳେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ସୁପୁତ୍ର ସୂରଜ ସୂର୍ଯ୍ୟବଂଶୀ ବାପାଙ୍କ ସମାଧିପୀଠକୁ ଛୁଇଁ ଥିଲେ ଏବଂ ମାଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିଥିଲେ। ତାପରେ ସେ ଭଦ୍ରକର ମା ଦକ୍ଷିଣକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରି ଏକ ନିରାଡ଼ମ୍ବର ଶୋଭାଯାତ୍ରାରେ ଭଦ୍ରକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ବିଧାୟକ ମୋହନ ମାଝି, ଜିଲ୍ଲା ପ୍ରଭାରୀ କାଳନ୍ଦୀ ସାମଲ, ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ଓ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀଙ୍କ ସମେତ ବହୁ ନେତା ଓ କର୍ମୀଙ୍କୁ ଦେଖିବାକୁ ମିଳିଥିଲା।

hiranchal ad1
Leave A Reply

Your email address will not be published.

12 + four =