ଧାମନଗର ଉପନିର୍ବାଚନ ପାଇଁ ତାରିଖ ଘୋଷଣା

0 53

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନଭେମ୍ବର ୩ରେ ହେବ ଉପନିର୍ବାଚନ। ଏନେଇ ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି।

ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ, ଏହି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୧୪ ରହିଛି। ଅକ୍ଟୋବର ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାର କରିବାର ଶେଷ ତାରିଖ। ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବ। ୬ ତାରିଖରେ ଭୋଟ୍ ଗଣତି ହୋଇ ଫଳ ପ୍ରକାଶ ପାଇବ।

hiring

ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ହୋଇଥିଲା। ଏହା ପରଠୁ ଏହି ଆସନଟି ଖାଲି ପଡ଼ିଛି।

hiranchal ad1
Leave A Reply

Your email address will not be published.

2 − two =