ଘୁ.ଉଦୟଗିରି: ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଏନଏସି ପକ୍ଷରୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ମୁକ୍ତା ଯୋଜନାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କରିବା ନିମନ୍ତେ କାର୍ଯ୍ୟାଦେଶ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ବ୍ଲକ ଅଧକ୍ଷ ହୃଦାନନ୍ଦ କହଁର, ଏନଏସି ନିର୍ବାହୀ ଅଧିକାରୀ ଶ୍ରୀମତି ଇତିଶ୍ରୀ ଷଡଙ୍ଗୀ, ସିଡିପିଓ ସାବିତ୍ରୀ ମଲିକ, ପୂର୍ବତନ ଏନଏସି ଉପାଧକ୍ଷା ଶ୍ରୀମତି ଭାନୁପ୍ରଭା ମିଶ୍ର ଉପସ୍ଥିତ ଥିଲେ । ଏନଏସି ପ୍ରୋଗ୍ରାମ କୋଡ଼ିନେଟର ପ୍ରଭାତ ରଞ୍ଜନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ମୁଖ୍ୟଅତିଥି ଉପସ୍ଥିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ତତ୍ପର ଅଭିଯାନ (ମୁକ୍ତା) ଯୋଜନାରେ ସହରର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ କାର୍ଯ୍ୟଦେଶ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୋଟ ୩୧ଗୋଟି ବିଭିନ୍ନ ଉନ୍ନୟନ କାର୍ଯ୍ୟ ନିମନ୍ତେ କାର୍ଯ୍ୟାଦେଶ ବଣ୍ଟନ ମଧ୍ୟରୁ ୭ଗୋଟି କାର୍ଯ୍ୟର କାର୍ଯ୍ୟାଦେଶ ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରଦାନ କରାଯାଇଥିଲା ।