ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0 17

ପୁରୀ : ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ପୂର୍ବାହ୍ନରେ ଗୋପ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୪୭ ଗୋଟି ଅଭିଯୋଗ ମିଳିଥିଲା । ବ୍ୟକ୍ତିଗତ ୪୨, ସାମୁହିକ ୫ ଗୋଟି ଅଭିଯୋଗ ମିଳିଥିଲା। ଅଭିଯୋଗ ଗୁଡିକର ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା। ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ନିମାପଡା ଏସ ଡି ପି ଓ ପ୍ରଭାତ କୁମାର ମଲ୍ଲିକ, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ଅଭିଯୋଗ ଶୁଣାଣି ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଗୋପ ବିଡିଓ ଛବିରାଣୀ ସାହୁ, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ଆସନ୍ତା ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅଗଷ୍ଟ ୫ ତାରିଖ ପୂର୍ବାହ୍ନ ୧୦ ଘଟିକା ୩୦ ମିନିଟରେ ସଦର ମହକୁମାରେ ଅନୁଷ୍ଠିତ ହେବ ବୋଲି ଅଭିଯୋଗ ଶୁଣାଣି ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

1 × two =