ଡିଆରଡିଓ ମାମଲା: ଇଣ୍ଟରପୋଲର ସହାୟତା ନେବ କ୍ରାଇମବ୍ରାଞ୍ଚ

0 49

ଭୁବନେଶ୍ୱର: ଚାନ୍ଦିପୁର ଡିଆରଡିଓ ତଥ୍ୟ ଲିକ୍ ଘଟଣା ୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଏବେବି ଖୋଳତାଡ଼ ଜାରି ରହିଛି । ଏହି ମାମଲାରେ ରହସ୍ୟମୟୀଙ୍କ ଠିକଣା ଠାବ ପାଇଁ ଇଣ୍ଟରପୋଲର ସହାୟତା ନେବ କ୍ରାଇମବ୍ରାଞ୍ଚ । ବ୍ରିଟେନ ନମ୍ବରରେ କଥା ହେଉଥିବାରୁ ଇଣ୍ଟରପୋଲର ସହାୟତା ନିଆଯିବ । ବ୍ୟାଙ୍କ ଆକାଉଣ୍ଟ, ମହିଳା ବିଦେଶୀ ଥିବାରୁ ଇଣ୍ଟରପୋଲର ସହାୟତ ନେବ କ୍ରାଇମବ୍ରାଞ୍ଚ । ଇଣ୍ଟରପୋଲ ସହାୟତା ନିଆଯିବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା । ଏହା ବ୍ୟତୀତ ଏହି ମାମଲାରେ ରହସ୍ୟମୟୀଙ୍କ ଫଟୋ ମିଳିଥିବା କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି । ଏହା ସହ ସେ କହିଛନ୍ତି ଯେ, ‘ରହସ୍ୟମୟୀଙ୍କ ଫଟୋ ଓ ଭିଡିଓ କଲ ଠାବ କରାଯାଇଛି । ଡାଟା ଭେରିଫାଏ ହେଲା ପରେ ଆବଶ୍ୟକ ପଡିଲେ ଅଭିଯୁକ୍ତଙ୍କୁ ପୁଣି ରିମାଣ୍ଡରେ ଆଣିବୁ ।’

hiranchal ad1
Leave A Reply

Your email address will not be published.

1 + one =