ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ଦ୍ୱାରା ପଶ୍ଚିମବଙ୍ଗ ଦମ୍ପତ୍ତିଙ୍କୁ ପୋଷ୍ୟ ସନ୍ତାନ ହସ୍ତାନ୍ତର

0 53

ଗଜପତି,୭/୧୦- ଗଜପତି ଜିଲ୍ଲାର ପୋଷ୍ୟସନ୍ତାନ ଗ୍ରହଣ କେନ୍ଦ୍ରର ୨୩ତମ ଶିଶୁକୁ ମହିଳା ଓ ଶିଶୁ କଲ୍ୟାଣମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ ପୋଷ୍ୟ ସନ୍ତାନ ଭାବେ ସୁଦୂର ପଶ୍ଚିମବଙ୍ଗ ରାଜ୍ୟର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ଏହି ଲକଡାଉନ ଓ ସଟଡାଉନ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଓ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାମ ସାଲୋମ ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ଏଡପସନ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ଶିଶୁଟିକୁ ଶିଶୁମଙ୍ଗଳ ସମିତି ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହା ଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେ କୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ତିନି ବର୍ଷ ଧରି ସନ୍ତାନ ପାଇଁ ଅନଲାଇନ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ ଉପରୋକ୍ତ ଦମ୍ପତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ ।

hiring

ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ଗଜପତି ପ୍ରସ୍ତୁତ କରିଥିଲେ । ପରବର୍ତ୍ତୀ ସମୟରେ ସମସ୍ତ ଦସ୍ତାବିଜକୁ ଗଜପତି ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ପଶ୍ଚିମ ବଙ୍ଗର ଦମ୍ପତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା ।ଏହି ଶିଶୁ କନ୍ୟା ରତ୍ନ ହୋଇଥିବା ବେଳେ ଶିଶୁଟିକୁ ପାଇ ଦମ୍ପତି ବେଶ ଖୁସିଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର, ଉପଦେଷ୍ଟା, ମିଶନ ଶକ୍ତି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତିର ସଭ୍ୟା ଶ୍ରୀମତୀ ଅଳକା ସାହୁ, ଗୁରାଣ୍ଡୀ ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟସେବା ଯୋଗାଉଥିବା ଡାକ୍ତର ଶ୍ରୀଯୁକ୍ତ ମିଲନ କୁମାର ଅଧିକାରୀ, ନିଶାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଏବଂ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

three + 7 =