ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର

0 52

ପାରଳାଖେମୁଣ୍ଡି,୯/୧୦:- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚୁଡ଼ଙ୍ଗପୁର ଗ୍ରାମପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଚୁଡ଼ଙ୍ଗପୁର ସମେତ ଅନ୍ତର୍ବା, କେଶରୀଗୁଡା ଓ ଜୁବା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୯୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୭୨ ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୧୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪୩ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳସେଚନ, ଗୃହ ନିର୍ମାଣ, ରାସନ୍‌ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସେବତୀ ଗମାଙ୍ଗ ,ମୋହନା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରମାକାନ୍ତ ଚୌଧୁରୀ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

15 + four =