ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦଘାଟିତ

0 59

ପାରଳାଖେମୁଣ୍ଡି,୧୯/୧- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ । ସମ୍ମାନୀତ ଅତିଥି ଭାବେ ପାରଳା ବିଧାୟକ କେ.ନାରାୟଣ ରାଓ, ମୋହନା ବିଧାୟକ ଦାଶରଥି ଗୋମାଙ୍ଗ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଜପତି ମରିୟନ ରଇତ, ରାଜଜେମା କଲ୍ୟାଣି ଗଜପତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପ୍ରଦୀପ କୁମାର ନାୟକ, ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଗଜପତି ଏସ ପି ସ୍ୱାତି ଏସ କୁମାର ପ୍ରମୁଖ ମଞ୍ଚାସିନ ଥିଲେ । ଅତିଥିମାନେ ଗଜପତି ଉତ୍ସବର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ନିଜର ମତବ୍ୟକ୍ତ କରିବା ସହ କଳା ସଂସ୍କୃତିକୁ ଉଦଜୀବିତ କରିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ କଳାକୁ ପ୍ରଦର୍ଶନ ବା ଲୋକଲୋଚନକୁ ଆଣିବା ଏହାର ମୂଳ ଲକ୍ଷ୍ୟ । ଏହି ଅବସରରେ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥିମାନେ ପଲ୍ଲିଶ୍ରୀ ମେଳା କୃଷି ମେଳାକୁ ଶୁଭ ଉଦଘାଟନ କରିଥିଲେ ।

hiring

ତତ ସହିତ ବିଭିନ୍ନ ବିଭାଗର ଷ୍ଟଲ ପରିଦର୍ଶନ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପ୍ରଦୀପ କୁମାର ନାୟକ, ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ଜିଲ୍ଲାର ରାଜ୍ୟ ବାହାରୁ ଆସିଥିବା କଳାକାରମାନେ ନିଜର କଳା ପରିବେଷଣ କରିଥିଲେ । ଗଜପତି ଉତ୍ସବ ସକାଶେ ଜଗନ୍ନାଥ ମନ୍ଦିର ନିକଟରୁ ମଶାଲ ଶୋଭାଯାତ୍ରା ବାହାରି ଷ୍ଟାଡିୟମ ନିକଟରେ ପହଞ୍ଚିବା ପରେ ଗଜପତି ଉତ୍ସବ ଆରମ୍ଭ ହୋଇଥିଲା । ଏହି ଉତ୍ସବ ଦେଖିବା ସକାଶେ ଜିଲ୍ଲାର ବିଭିନ୍ନ କୋଣଅନୁକୋଣରୁ ଲୋକଙ୍କ ସୁଅ ଛୁଟିଥିଲା । ଏହି ଉତ୍ସବ ଜିଲ୍ଲା ସଂସ୍କୃତି ପରିଷଦ ଦ୍ୱାରା ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

fourteen + 15 =