ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ

0 82

ପାରଳାଖେମୁଣ୍ଡି,୫/୧୨- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ । ସମ୍ମାନୀତ ଅତିଥି ଭାବେ ଆର ଉଦୟଗିରି କୃଷି ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଜଳ ଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ କୁମାର ପଟ୍ଟନାୟକ, ଉଦ୍ୟାନ କୃଷି ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାସ, ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଗିରିଶ ମହାନ୍ତି, କେ.ଭି.କେର ମୁଖ୍ୟ ତଥା ବରିଷ୍ଠ ବୈଜ୍ଞାନିକ ସଂଗ୍ରାମ ପରମ ଗୁରୁ, ସୋଏଲ କେମେଷ୍ଟ୍ରି ଶୁଭଶ୍ରୀ ପ୍ରିୟଦର୍ଶିନୀ ଉପସ୍ଥିତ ରହି ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ମୃତ୍ତିକା ଦିବସର ଥିମ ହେଲା ମୃତ୍ତିକା ଯେଉଁଠାରୁ ଖାଦ୍ୟର ଆରମ୍ଭ ସାତୋଟି ବ୍ଳକରୁ ୨୦ ଜଣ ଚାଷୀ ଉପସ୍ଥିତ ଥିବାବେଳେ ବିଶ୍ୱ ମୃତ୍ତିକା ଦିବସ ଉପଲକ୍ଷେ ବକୃତା ପ୍ରତିଯୋଗିତା ଛାତ୍ରଛାତ୍ରୀଙ୍କ ମଧ୍ୟରେ ହୋଇଥିଲା । କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଚାଷୀଙ୍କ ମୃତ୍ତିକା ପରୀକ୍ଷା କରାଯାଇଥିବା ମୃତ୍ତିକା କାର୍ଡ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ବିଭାଗର ସ୍କିମ ଅଫିସର ସୁରଜ ପାତ୍ର ପରିଚାଳନା କରିଥିବାବେଳେ ବିଭାଗର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ କୃଷି ବିଭାଗର ଉଦ୍ୟାନ ବିଭାଗର ମତ୍ସ୍ୟ ବିଭାଗର ଓ ମୃତ୍ତିକା ସଂରକ୍ଷଣ ବିଭାଗ ଓ ଜଳଛାୟା ପ୍ରକଳ୍ପର ବ୍ଳକସ୍ତରୀୟ ଅଧିକାରୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଶେଷରେ ଶୁଭଶ୍ରୀ ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହିଭଳି କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ ହୋଇଥିବାରୁ ଚାଷୀଙ୍କ ମହଲରେ ଖୁସିର ଲହରୀ ଖେଳିଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

eight + 15 =