ଗୋପାଳପୁର ଠାରୁ ୧୧୦ କିମି ଦୂରରେ ବାତ୍ୟା ‘ଗୁଲାବ’

0 92

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ମାଡ଼ି ଆସୁଛି । ’ଗୁଲାବ’ ପାଇଁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ’ଗୁଲାବ’ ଏବେ ପଶ୍ଚିମ ଆଡ଼କୁ ଘଣ୍ଟା ପ୍ରତି ୧୯ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ଗତି କରୁଛି । ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୧୧୦ କିମି ଦୂରରେ ବାତ୍ୟା ’ଗୁଲାବ’ରହିଥିବା ବେଳେ କଳିଙ୍ଗପାଟଣମ ଠାରୁ ପୂର୍ବ-ଉତ୍ତର ପୂର୍ବରେ ୧୩୦ କିମି ଦୂରରେ ରହିଛି । ଏହା କ୍ରମଶଃ ପଶ୍ଚିମ ଦିଗରେ ଗତି କରି ବିଳମ୍ବିତ ରାତିରେ କଳିଙ୍ଗପାଟଣମ ଓ ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ବାତ୍ୟା ’ଗୁଲାବ’ ଅତିକ୍ରମ କଲା ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ରୁ ୮୫ କିଲୋମିଟର ରହିବ । ଝଟକା ପବନର ଘଣ୍ଟାପ୍ରତି ବେଗ ୯୫ କିଲୋମିଟର ରହିପାରେ । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସନ୍ଧ୍ୟା ପରେ ଆରମ୍ଭ ହେବ ।

hiring

hiranchal ad1
Leave A Reply

Your email address will not be published.

5 × 2 =