ଛତ୍ରଙ୍ଗ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର

0 137

ହରଭଙ୍ଗା,୨୮/୮:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଓ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନମୋହନ ପାତ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଉପଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର , ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ -ରବିନାରାୟଣ ତ୍ରିପାଠୀ, ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ତହସିଲଦାର ଶିବାନୀ ଦାସ, ହରଭଙ୍ଗା ଥାନା ଅଧିକାରୀ ନଳିନୀ କାନ୍ତ ଦାସଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଉକ୍ତ ଶିବିରରେ ସମୁଦାୟ ୧୪୫ଗୋଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ ୧୩୬ଟି, ସାମୁହିକ ୯ଗୋଟି ଅଭିଯୋଗ ହୋଇଥିଲା । ୧୦୯ଟି ଅଭିଯୋଗ ତକ୍ରାଳ ସମାଧାନ ସହିତ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୧୭ଜଣକୁ ୭୯,୦୦୦ଟଙ୍କା ପ୍ରଦାନ କରାଯାଇଥିବାବେଳେ ଜଣକୁ ତିନିଚକିଆ ସାଇକେଲ ପ୍ରଦାନ କରାଯାଇଥିଲା । ଚାଷୀଗତ ସମସ୍ୟାକୁ ଉପଜିଲ୍ଲାପାଳ ପ୍ରାଧାନ୍ୟ ଦେଇ ହରଭଙ୍ଗା ଉଠାଜଳସେଚନ ପ୍ରକଳ୍ପକୁ ଯଥାଶୀଘ୍ର କାର୍ଯ୍ୟକାରୀ କରିବାପାଇଁ ଉଠା ଜଳସେଚନ ବିଭାଗକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି ।

hiranchal ad1
Leave A Reply

Your email address will not be published.

3 × 4 =