ଲଘୁଚାପ ପ୍ରଭାବରେ ବାଲିଗୁଡ଼ାର ବିଭିନ୍ନ ଅଞ୍ଚଳରେ ଲାଗିରହିଛି ବର୍ଷା

0 86

ବାଲିଗୁଡ଼ା ୨୦।୧୧: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ କୋହଲା ପାଗ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଡିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ, ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁରରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅନ୍ୟପଟେ ଏହାର ପ୍ରଭାବ କନ୍ଧମାଳ ଜିଲ୍ଲାରେ ମଧ୍ୟ ଦେଖିବାକୁ ମିଳିଛି । ଆଜି ବାଲିଗୁଡ଼ା ଅଞ୍ଚଳରେ ସକାଳୁ ପାଗ ମେଘୁଆ ରହିଥିବା ବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।

hiranchal ad1
Leave A Reply

Your email address will not be published.

4 + 13 =