ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ

0 81

ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଦାୟିତ୍ୱ ଭାବେ ଅବସ୍ଥାପିତ କରାଯାଇଛି।
ସରକାରୀ ବିଜ୍ଞପ୍ତି ଅନୁଯାୟୀ, ବରିଷ୍ଠ ପ୍ରଶାସକ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି। ଗିରିଶ ଏସ୍‌ ଏନ୍‌ଙ୍କୁଙ୍କୁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର କମିଶନର ତଥା ସଚିବ ଭାବେ ଗୁରୁଦାୟିତ୍ୱ ପ୍ରଦାନ କରାଯାଇଛି। ଅଶ୍ୱଥୀ ଏସ୍.ଙ୍କୁ ସିଟି-ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ଅବସ୍ଥାପିତ କରାଯାଇଛି।
ସେହିପରି ରୂପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ସଚିବ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି।

hiranchal ad1
Leave A Reply

Your email address will not be published.

fourteen + 16 =