କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

0 55

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ ହ୍ୟାଣ୍ଡବଲ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି ।

ଏହି ଅବସରରେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ ଯୋଗାଭ୍ୟାସ କରିବା ସହିତ ଅନନ୍ୟ ଭାରତୀୟ ପରମ୍ପରା ଯୋଗକୁ ବିଶ୍ୱ ଦରବାରରେ ବିଦିତ କରି ଆନ୍ତର୍ଜାତିକ ସ୍ତରରେ ଏହାର ପ୍ରଚାର ପ୍ରସାର କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

hiring

ଏହି ଅବସରରେ ଭିଡିଓ କନଫରେନସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଇଜାଗରୁ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ ଯାହାର ସିଧାପ୍ରସାରଣକୁ ହ୍ୟାଣ୍ଡବଲ ଗ୍ରାଉଣ୍ଡରେ ପ୍ରଦର୍ଶିତ କରାଯାଇଥିଲା ।

ଏହି ସାମୁହିକ ଯୋଗାଭ୍ୟାସରେ ଜିଲ୍ଲାପାଳ ଵିଶାଲ ସିଂହ, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଳିକ, ରବୀନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୂଷଣଙ୍କ ସମେତ ଅନ୍ୟ ପ୍ରଶାସନିକ ଅଧିକାରୀ, କର୍ମଚାରୀ ଓ ପ୍ରାୟ ୨ ହଜାର ଜନସାଧାରଣ ଯୋଗାଭ୍ୟାସ କରିଥିଲେ । ଜିଲ୍ଲା କ୍ରୀଡ଼ା ଅଧିକାରୀ ସରୋଜ କୁମାର ମଲ୍ଲିକ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାଏ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

hiranchal ad1
Leave A Reply

Your email address will not be published.

sixteen + 4 =