ଶିକ୍ଷୟତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

0 37

ପୁରୀ: ପୁରୀ ଜିଲ୍ଲା ସ୍କୁଲ୍‌ ପରିସରରେ ଆଜି ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ପଦ୍ମାବତୀ ବେହେରାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଶ୍ରୀମତୀ ବେହେରା ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ଜଣେ ଦକ୍ଷ ଶିକ୍ଷୟିତ୍ରୀ ରୂପେ ପୁରୀ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ କରିଥିଲେ । ପୁରୀ ଜିଲ୍ଲା ସ୍କୁଲ୍‌ଠାରେ ଦୀର୍ଘ ୧୪ ବର୍ଷର ସେବାଦାନ ସମୟରେ ସେ ନିଜର ମିଷ୍ଠଭାଷୀତା, ସରଳତା, ସମୟାନୁବର୍ତ୍ତୀତା, ଓଜସ୍ୱୀ ବାକ୍‌ ପଟୁତା ଓ ସ୍ନେହ ସୌହାର୍ଦ୍ଦ୍ୟ ବଳରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀ ଓ ଛାତ୍ର ଛାତ୍ରୀ ମାନଙ୍କ ହୃଦୟ ଜିଣି ପାରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀମତୀ ଜ୍ୟୋତିର୍ମୟୀ ମିଶ୍ର ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ଓ ଶିକ୍ଷକ ଶ୍ରୀ ବିଦ୍ୟାଧର ମିଶ୍ର ସଭାକାର୍ଯ୍ୟ ପରିଚାଳନା କରିଥିଲେ । ସମସ୍ତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନଙ୍କ ଉପସ୍ଥିତିରେ ତାଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇଥିଲା । ତାଙ୍କର ଅବଶିଷ୍ଟ ଜୀବନ ନୀରୋଗ ଓ କୁସୁମିତ ହେବାପାଇଁ ପ୍ରତ୍ୟେକ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିଲେ । ଶିକ୍ଷକ ଗୋପାଳ ଚନ୍ଦ୍ର ପରିଡା ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

two × 2 =