ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ବିଶ୍ୱ ପ୍ରାଣୀ ଚିକତ୍ସା ଦିବସ ପାଳିତ

0 52

ଜଗତସିଂହପୁର,୩୦/୪- ଜଗତସିଂହପୁର ଜିଲ୍ଲା ସଂସ୍କୃତି ଭବନଠାରେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଜଗତସିଂହପୁର ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ପାରୁଲ ପଟୱାରୀ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ରୁଦ୍ର ନାରାୟଣ ଦାଶ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଜଗତସିଂହପୁର ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂ, ଜିଲ୍ଲା ପ୍ରାଣୀ ମୁଖ୍ୟ ଚିକିତ୍ସା ଅଧିକାରୀ ଡା: ବୀରକିଶୋର ପରିଡା ପ୍ରମୁଖ ଯୋଗଦେଇ ଗୋପାଳନ, ମତ୍ସ୍ୟ ଚାଷ ଓ ପ୍ରାଣୀ ସମ୍ପଦ ବିକାଶର ବିଭିନ୍ନ ଯୋଜନା ବାବଦରେ ଆଲୋଚନା କରିଥିଲେ । ଜଗତସିଂହପୁର ଜିଲ୍ଲା ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ଅତିଥିମାନେ କହିବାସହ ମତ୍ସ୍ୟ ଚାଷ, କୁକୁଡା ଚାଷ ବୃଦ୍ଧି କରିବା ପାଇଁ ଚେଷ୍ଟା କରାଯାଇଥିବା ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୮ଟି ବ୍ଳକର ଶତାଧିକ ଚାଷୀ ଯୋଗଦେଇଥିଲେ । ପରେ ଅତିଥି ମାନଙ୍କ ଦ୍ୱାରା ସଫଳ ଚାଷୀମାନଙ୍କୁ ସମ୍ମାନିତ କରାଯାଇଥିଲା ।

hiring
hiranchal ad1
Leave A Reply

Your email address will not be published.

18 − 3 =