ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର

0 73

ଯାଜପୁର,୨୦/୧୧:- କେ.ଏନ୍‌.ଡି.ଏ. ସମ୍ମିଳନୀ ଗୃହ, କଳିଙ୍ଗ ନଗର ଠାରେ ମିଳିତ ଜନ ଅଭିଯୋଗ ଜିଲ୍ଲାସ୍ତରୀୟ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କ୍ରବର୍ତ୍ତୀ ସିଂହ ରାଠୋର ଅଭିଯୋଗ ଶୁଣାଣିରେ ଅଧ୍ୟକ୍ଷତା କରି ଥିବାବେଳେ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ,, କଳିଙ୍ଗନଗର ସନ୍ତୋଷ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶୋକ କୁମାର ବେହୁରିଆ, ଉପ-ଜିଲ୍ଲାପାଳ, ଗୋପୀନାଥ କୁଅଁର ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ । ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୬୪ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୨୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୨ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୯ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୧୮ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲ୍ଲାପାଳ, ଶ୍ରୀ ରାଠୋର ୩୯ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୦୪ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଉକି, ନଭେମ୍ୱର ମାସ ୨୮ ତାରିଖ ମଙ୍ଗଳବାର ଦଶରଥପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

hiranchal ad1
Leave A Reply

Your email address will not be published.

one × two =