ଗୁରୁଦିବସରେ ପ୍ରକାଶ ପାଇବ ଯୁକ୍ତଦୁଇ କଳା ପରୀକ୍ଷା ଫଳ

0 103

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୨୦ ମସିହାର ଯୁକ୍ତଦୁଇ କଳା ବାର୍ଷିକ ପରୀକ୍ଷା ଫଳ ଗୁରୁ ଦିବସରେ ପ୍ରକାଶ ପାଇବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ଏ ନେଇ ସୂଚନା ଦେଇଛନ୍ତି । ଯୁକ୍ତଦୁଇ ଫଳ ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ଏକାସଙ୍ଗେ ପ୍ରକାଶ ପାଇବ । ଚଳିତ ବର୍ଷ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବାରେ ସାମାନ୍ୟ ବିଳମ୍ବ ହୋଇଛି । କୋଭିଡ କଟକଣା ଯୋଗୁଁ ବିଳମ୍ବ ହେଲା ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି । ତେବେ ଆସନ୍ତା ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ପରିଷଦର କାର୍ଯ୍ୟାଳୟରେ ଫଳପୁସ୍ତିକା ଉନ୍ମୋଚନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଚଳିତ ବର୍ଷ ୨ଲକ୍ଷ ୨୦ହଜାର ୪୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଧନ୍ଦାମୂଳକ ଶିକ୍ଷାରେ ୭୦୩୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ପରୀକ୍ଷା ଫଳ ପରିଷଦର ୱେବସାଇଟରେ ଅଧଘଣ୍ଟା ମଧ୍ୟରେ ଛାତ୍ରଛାତ୍ରୀଙ୍କୁ ଉପଲବ୍ଧ ହେବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

2 × 1 =