ଜୁନ୍ ୨ରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

0 61

ଭୁବନେଶ୍ଵର : ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା କରିବେ। ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ବିଭାଗର ସମୀକ୍ଷା କରାଯିବ। ବିଭାଗର ପ୍ରଦର୍ଶନ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଏହାପରେ ଅନ୍ୟ ବିଭାଗର ପ୍ରଦର୍ଶନ ନେଇ ସମୀକ୍ଷା କରାଯିବ।  

hiring

ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ସବୁ ବିଭାଗର ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଉଛନ୍ତି। ୯ ତାରିଖ ଭିତରେ ସବୁ ବିଭାଗର ରିପୋର୍ଟ ସମୀକ୍ଷା ଶେଷ ହେବ। ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ଵାଇଁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ୨ ବର୍ଷ ମଧ୍ୟରେ ଆମ ବିଭାଗ ବହୁତ କାମ କରିଛି। ପୂର୍ବରୁ ମେଟାଲ ସେକ୍ଟରରେ ଅଧିକ ପୁଞ୍ଜି ନିବେଶ ଆସୁଥିବା ବେଳେ ଏବେ ଅକ୍ଷୟ ଶକ୍ତି, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ସେମି କଣ୍ଡକ୍ଟର କ୍ଷେତ୍ରରେ ଅଧିକ ପୁଞ୍ଜି ଆସୁଛି। ପୁଞ୍ଜି ନିବେଶ ଠାରୁ ଗ୍ରାଉଣ୍ଡିଂ ଯାଏଁ ବିଭାଗ ମନିଟରିଂ କରୁଛି। ଅନେକ ସଫଳତା ମିଳୁଛି। ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଆ ପିଲାଙ୍କୁ ବିଶ୍ୱ ସ୍ତରରେ ସଫଳତା ମିଳୁଛି। ସମସ୍ତ ଆଇଟିଆଇ କେନ୍ଦ୍ର ଗୁଡିକ ସଶକ୍ତ କରାଯାଇଛି। ୨ ତାରିଖ ଠାରୁ ମୁଖ୍ୟମନ୍ତ୍ରୀ ବିଭାଗ ୱାରୀ ସମୀକ୍ଷା କରିବେ। ଆମେ ଆମର ରିପୋର୍ଟ ପ୍ରସ୍ତୁତ କରୁଛୁ।

hiranchal ad1
Leave A Reply

Your email address will not be published.

1 × 4 =