ସିବିଏସ୍‍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ : କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

0 106

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି । ଏଥିରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ସ୍କୁଲ୍‍ର ୩୦ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊଦ୍ଧ୍ୱର୍ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଜ୍ଞାନରେ ସ୍କୁଲ୍‍ର ଛାତ୍ର ଯଶୋବର୍ଦ୍ଧନ ନାଏକ ସର୍ବାଧିକ ୯୮ ପ୍ରତିଶତ ନମ୍ବର ହାସଲ କରିଥିବା ବେଳେ ବାଣିଜ୍ୟରେ ବେଦିକା ନରସରିଆ ସର୍ବାଧିକ ୯୮ ପ୍ରତିଶତ ନମ୍ବର ଓ ହ୍ୟୁମାନିଟିଜରେ ରଚିତା ପ୍ରିୟଦର୍ଶିନୀ ସର୍ବାଧିକ ୯୮ ପ୍ରତିଶତ ନମ୍ବର ରଖିଛନ୍ତି । ଚଳିତବର୍ଷ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ସ୍କୁଲ୍‍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଗୁଣାତ୍ମକ ଶିକ୍ଷା ପ୍ରଣାଳୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଏବଂ ଛାତ୍ରଛାତ୍ରୀଙ୍କୁ ସମୟ ଉପଯୋଗୀ ପରାମର୍ଶ ଯୋଗୁଁ ଦୀର୍ଘ ୧୫ବର୍ଷ ହେଲା ଏହି ସଫଳତା ସମ୍ଭବ ହୋଇଆସୁଛି । ଏଥିପାଇଁ ସେ ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶିକ୍ଷା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ରାଜ୍ୟ ଓ ଜାତୀୟସ୍ତରରେ ମଧ୍ୟ ସଫଳତା ହାସଲ କରିଆସୁଛନ୍ତି ।

hiranchal ad1
Leave A Reply

Your email address will not be published.

8 − seven =