ଉପାନ୍ତରୁ ଉଡିଲା ବିମାନ , ଆକାଶ ମାର୍ଗରେ ଯୋଡିହେଲା ମାଲକାନଗିରି

0 56

ମାଲକାନଗିରି : ଉପାନ୍ତ ଅଞ୍ଚଳରୁ ଉଡ଼ିବ ବିମାନ । ଆଜି ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ ହେବାପରେ ଆକାଶ ମାର୍ଗରେ ଯୋଡ଼ି ହୋଇଛି ମାଲକାନଗିରି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । ଏଠାରୁ ପ୍ରଥମେ ନନ୍ ସିଡ୍ୟୁଲ୍ ବା କମର୍ସିଆଲ ବିମାନ ଉଡାଣ ଭରିଛି ।ଭବିଷ୍ୟତରେ ଏହାକୁ ୩୦୦୦ ମିଟର ଯାଏଁ ସମ୍ପ୍ରସାରଣକରାଯିବାର ମଧ୍ୟ ଯୋଜନା ରହିଛି । ଏହା ପରେ ଡିଜସିଏଙ୍କ ଅନୁମତି ପରେ ଯାତ୍ରୀବାହୀ ବିମାନ ଉଡାଣ ଭରିବ ବୋଲି ସୂଚନା ରହିଛି । ୨୦୧୮ ମସିହାରେ ଗୁରୁପ୍ରିୟା ସେତୁର ଲୋକାର୍ପଣ ପରେ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଏବଂ ବର୍ତ୍ତମାନ ଆକାଶ ମାର୍ଗରେ ଯୋଡି ହୋଇଛି ଉପାନ୍ତ ଅଞ୍ଚଳ । ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ଇନଟୁ ୩୦ ମିଟର ରନଓ୍ବେ ନିର୍ମାଣ ହୋଇଛି । ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ଉନ୍ନତିକରଣ ହୋଇଛି ।

hiring

ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବାର ସୁବିଧା
ରହିଛି । ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି । ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ରାଉରକେଲା ଓ ରଙ୍ଗେଇଲୁଣ୍ଡା ପରେ ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି । ବିମାନ ସେବା ଆରମ୍ଭ ହେଲେ ଜିଲ୍ଲାରେ ସାମାଜିକ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ । ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କୁ କର୍ମନିଯୁକ୍ତି ମିଳିବ ।

hiranchal ad1
Leave A Reply

Your email address will not be published.

five × three =