ଦିଗପହଣ୍ଡି ଦୁର୍ଘଟଣା: ମୃତାହତଙ୍କ ଲାଗି ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

0 84

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ୫୦ ହଜାର ଟଙ୍କା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଏଣେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ।

hiring
hiranchal ad1
Leave A Reply

Your email address will not be published.

seventeen − 8 =