ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

0 75

ନବରଙ୍ଗପୁର,୨୮/୦୯- ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ୱାରା ଅନଲାଇନ ମାଧ୍ୟମରେ ଏସିଡ ଆଟାକ ଓ ସାଇବର ଆଇନ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧକ୍ଷ ତଥା ଜିଲ୍ଲା ଜଜ୍‌ ଶ୍ରୀଯୁକ୍ତ ଅଶୋକ କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ପରିବାର ବିଚାରବିଭାଗୀୟ ଜଜ୍‌ ଶ୍ରୀଯୁକ୍ତ. ସଞ୍ଜୟ କୁମାର ସାହୁ ଯୋଗ ଦେଇଥିଲେ । ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ ଜାତୀୟ ଆଇନ ସେବା ପ୍ରାଧିକରଣ ଦ୍ୱାରା ପ୍ରଚଳିତ ଏସିଡ ଆଟାକ ଆଇନ ବିଷୟରେ ଆଲୋକପାତ କରିଥିଲେ । ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକାରୀ ଶ୍ରୀଯୁକ୍ତ ଜୟକୃଷ୍ଣ ବେହେରା ସାଇବାର ଆଇନ ଉପରେ ଆଲୋଚନା କରିଥିଲେ । ସାଇବାର ଅପରାଧଠାରୁ କିପରି ରକ୍ଷା ପାଇବେ ସେ ବିଷୟରେ ଅବଗତ କରାଇଥିଲେ । ପରିଶେଷରେ ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ୱାରା ପରିଚାଳନା କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

four × 5 =