୭୮ ବର୍ଷରେ ପଦାର୍ପଣ କଲେ ନବୀନ, ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଜ୍ୟପାଳ

0 82

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ।ଆଜି ମୁଖ୍ୟମନ୍ତ୍ରୀଙ୍କୁ ୭୭ ବର୍ଷ ପୂରି ୭୮ ଚାଲିଲା । ଭଉଣୀ ଗୀତା ମେହେଟାଙ୍କ ମୃତ୍ୟୁ ହୋଇଥିବା କାରଣରୁ ଏଥର ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ଯେଉଁଥିପାଇଁ ସେ ନବୀନ ନିବାସ ନ ଆସିବା ପାଇଁ ନିଜ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ରାଜ୍ୟପାଳ ପ୍ରୋଫେସର ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି । ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ଆଶୀର୍ବାଦରୁ ମୁଖ୍ୟମନ୍ତ୍ରୀଙ୍କର ଜୀବନ ନିରାମୟ ଓ ସୁଖମୟ ହେଉ ବୋଲି ପ୍ରାର୍ଥନା କରିଛନ୍ତି ରାଜ୍ୟପାଳ ।
ସେପଟେ ବିଜୁ ଜନତା ଦଳ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନକୁ ସେବାର ଦିନ ଭାବେ ପାଳନ କରୁଛନ୍ତି । ସାରା ରାଜ୍ୟରେ ବ୍ୟାପକ ହେଉଛି ରକ୍ତଦାନ ଶିବିର । ବିଜେଡି ବିଧାୟକମାନେ ନିଜ ନିର୍ବାଚନ ମଣ୍ତଳୀରେ ଜୀବନ ବିନ୍ଦୁ ରକ୍ତଦାନ ଶିବିରର ଆୟୋଜନ କରିବାର ଯୋଜନା ରଖିଛନ୍ତି ।
୧୯୯୭ରେ ରାଜନୀତିରେ ପାଦଦେଇଥିଲେ ନବୀନ । ସେ ପ୍ରାୟ ଦୁଇ ଦଶନ୍ଧି କାଳ ରାଜ୍ୟକୁ ଶାସନ କରି ଆସୁଛନ୍ତି, ୫ ଥରର ମୁଖ୍ୟମନ୍ତ୍ରୀ କିନ୍ତୁ ଅତି ସରଳ, ଲୋ-ପ୍ରୋଫାଇଲ ସର୍ବସାଧାରଣ ଜୀବନ ଜୀଇଁବାରେ ବିଶ୍ବାସ ରଖନ୍ତି ନବୀନ । ସୁଟ୍‌ବୁଟ୍ ନୁହେଁ କି ଦାମୀ ପୋଷାକ ନୁହେଁ, ସାଦାସିଧା ଧଳା କୁର୍ତ୍ତା ପାଇଜାମା ଓ ହଳେ ଚପଲ ତାଙ୍କ ପରିଧାନ। କିନ୍ତୁ ସେ ବେଶ୍ ମଜବୁତ ଆତ୍ମବିଶ୍ବାସୀ ଓ ବିପୁଳ ଲୋକପ୍ରିୟତା ଠାରୁ ଅଧିକ ବିଶାଳ ପରିବ୍ୟାପ୍ତ ତାଙ୍କ ଜୀବନ। ମତଦାତାଙ୍କ ଲଗାତର ସମର୍ଥନ ଓ ଭୋଟ ବିଜୟ ତାଙ୍କୁ କେବଳ ଅଧିକ ବିନମ୍ର ଓ ସେବାଭିମୁଖୀ କରିଛି ।

hiranchal ad1
Leave A Reply

Your email address will not be published.

1 + thirteen =