ରାଜ୍ୟରେ ଆଉ ୪୬୯ କରୋନା ସଂକ୍ରମିତ ଚିହ୍ନଟ

0 152

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଆଜି ପୁଣି ରାଜ୍ୟରେ ୪୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୭୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ୪୬୯ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲା ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୯୪ଜଣ, ଗଜପତି ୧୨ଜଣ, ଗଞ୍ଜାମ ୧୧୬ଜଣ, ଯାଜପୁର ଜିଲ୍ଲାରୁ ୨୫, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ , କେନ୍ଦ୍ରାପଡା ଜିଲ୍ଲାରେ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୬ଜଣ ରହିଥିବା ବେଳେ ବାତ୍ୟ ଆମ୍ଫାନ ପାଇଁ ପଶ୍ଚିମବଙ୍ଗ ଯାଇଥିବା NDRF ଯବାନଙ୍କ ମଧ୍ୟରୁ ୪ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୯୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୯୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

hiranchal ad1
Leave A Reply

Your email address will not be published.

8 + 11 =