ନିତ୍ୟାନନ୍ଦ ପାଠାଗାରର ନବମ ବାର୍ଷିକ ମହୋତ୍ସବ

0 146

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କରଣ ସାହିଠାରେ ଥିବା ନିତ୍ୟାନନ୍ଦ ପାଠାଗାରର ନବମ ବାର୍ଷିକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଧା ମୋହନ ମନ୍ଦିର ପ୍ରାଙ୍ଗଣରେ ହାଇଟେକ ଗ୍ରୁପର ଅଧ୍ୟକ୍ଷ ଡକ୍ଟର ତିରୁପତି ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଜୀ. ତିରୁପତି ରାଓ, ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଗୋଶାଣୀ ବ୍ଳକ ଅଧ୍ୟକ୍ଷ ଏନ.ବୀରରାଜୁ ପ୍ରମୁଖ ମଞ୍ଚାସୀନ ଥିଲେ । ମୁଖ୍ୟବକ୍ତା ଭାବେ ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନିତ୍ୟାନନ୍ଦ ସ୍ମାରକୀ ପ୍ରତିଭା ସମ୍ମାନ ଗୁରୁ ରଘୁନାଥ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ବକ୍ରୃତା, ଚିତ୍ରାଙ୍କନ, ରଚନା ଆଦି ବିଭିନ୍ନ ପ୍ରତିଯୋଗୀତା ମାନ ହୋଇ ଥିଲା । କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ପଦାମୃତ ନୃତ୍ୟାୟନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା । ଏହି ପାଠାଗାରକୁ ଏକ ଆଲମୀରା ସହିତ ଗପବହି ପ୍ରଦାନ କରିଛନ୍ତି ଅବସର ପ୍ରାପ୍ତ ଶିକ୍ଷକ ସଚ୍ଚିଦାନନ୍ଦ ସାମଲ । ଏହି ସମସ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସମ୍ପାଦକ ସୂର୍ଯ୍ୟ ନାରାୟଣ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ସଭାପତି ଗୌରହରି ପଟ୍ଟନାୟକ ଉପସ୍ଥିତ ରହି ପରିଚାଳନା କରିଥିଲେ । ରବି ଚୌଧୁରୀ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

1 × 5 =