ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦଘାଟିତ

0 140

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି । ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ଟି ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ ଟି ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା । ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍‌ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।
ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।
ସେତୁ ଉଦ୍‌ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ୱରକୁ ସଂଯୋଗ କରିବା ସହିତ ନଦୀରେ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି । ଏହାଦ୍ୱାରା ବଡମ୍ବାରୁ ବାଙ୍କୀ ବୈଦେଶ୍ୱରର ଦୂରତ୍ୱ ୪୫ କିଲୋମିଟର ହ୍ରାସ ପାଇବ । ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ଗମନାଗମନରେ ସୁବିଧା ହେବ । ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ ।
ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ରଂଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

5 × 3 =