ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତିର ବାର୍ଷିକ ବୈଠକ

0 292

ପାଟଣାଗଡ଼,୩/୨:- ପାଟଣାଗଡ଼ ଉପଖଣ୍ଡ ଡ଼ାକ୍ତରଖାନା ଅଧିନରେ ଥିବା ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀକଲ୍ୟାଣ ସମିତିର ବାର୍ଷିକ ବୈଠକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ସରୋଜ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଳକ ଅଧ୍ୟକ୍ଷ ନୀଳକାନ୍ତ ବାଗ, ବିଡ଼ିଓ ସୁମନ୍ତ କୁମ୍ଭାର, ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ଃ ସୁଜୟ ମେହେର ଉପସ୍ଥିତ ଥିଲେ । ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିବାବେଳେ ସରକାରଙ୍କ ତରଫରୁ ଆସୁଥିବା ବିଭିନ୍ନ ପ୍ରକାର ଅନୁଦାନ ଅର୍ଥର ସୁବିନିଯୋଗ କିପରି କରାଯିବ ସେ ଉପରେ ବିଧାୟକ ଶ୍ରୀ ମେହେର ଉପସ୍ଥିତ ଥିବା ଡ଼ାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ସହ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ । ଏହାବ୍ୟତୀତ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଏକ କ୍ୟାଣ୍ଟିଟି ସମେତ ଡାକ୍ତରଖାନାର ପରିବେଶ ପରିଚ୍ଛନ୍ନତା ଓ ପାନୀୟଜଳ, ପାଚେରୀ, ଗେଟ୍‌ର ମରାମତି ଆଦି ଉପରେ ସବିଶେଷ ଆଲୋଚନା ହୋଇଥିଲା । ଏହି ବୈଠକରେ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସମସ୍ତ ଡାକ୍ତର, ଷ୍ଟାଫ୍‌ ନର୍ସ, ଫାର୍ମାସିଷ୍ଟ, ଆଟେଣ୍ଡାଣ୍ଟ , କର୍ମଚାରୀଙ୍କ ସମେତ ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟ ଉପସ୍ଥିତ ଥିଲେ । ଡ. ଟଙ୍କଧର ମେହେର ସଭା ପରିଚାଳନା କରିଥିବାବେଳେ ଡ. ମନୋଜ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

sixteen − 6 =