ଆସନ୍ତା ୨୫ ଓ ୨୬ରେ ଅଲ ଓଡିଶା ବିଚ କୁସ୍ତି ଚମ୍ପିୟନସିପ୍‌

0 35

ପୁରୀ,୨୪/୧୦- ଆସନ୍ତା ୨୫ ଓ ୨୬ ତାରିଖ ଦୁଇଦିନ ଧରି ନିଳାଦ୍ରୀ ବେଳାଭୂମିରେ ଅଲ ଓଡିଶା ବିଚ କୁସ୍ତି ଚମ୍ପିୟନସିପ୍‌ ଅନୁଷ୍ଠିତ ହେବ । ଜିଲ୍ଲା ପ୍ରଶାସନ, ଜିଲ୍ଲା କ୍ରୀଡା ସଂସଦ, ଓଡିଶା କୁସ୍ତି ସଂଘ ଓ ଜିଲ୍ଲାର ସମସ୍ତ ଜାଗା ଓ ଆଖଡାର ମିଳିତ ଆନୁକୂଲ୍ୟରେ ଏହି ଚମ୍ପିୟନସିପ୍‌ ଆୟୋଜନ କରାଯାଇଛି । ଏ ସଂପର୍କରେ ପୁରୀ ପୌରସଂସ୍ଥା ନିର୍ବାହୀ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଉକ୍ତ ଦୁଇଦିନ ଅପରାହ୍ନ ୪ ଘଟିକା ସହ ୨୬ ତାରିଖ ସକାଳ ୭ ଘଟିକାରେ ଏହି ପ୍ରତିଯୋଗିତା ହେବ । ୧୨ ରୁ ୧୫, ୧୬ ରୁ ୧୮ ଏବଂ ୧୯ ବର୍ଷ ବୟସରୁ ଉର୍ଦ୍ଧ୍ୱ ଉଭୟ ବାଳକ ଓ ବାଳିକା , ପୁରୁଷ ଏବଂ ମହିଳା ବିଭାଗରେ ପ୍ରତିଯୋଗିତା ହେବ । ପ୍ରତ୍ୟେକ ବିଭାଗର ବିଜେତାଙ୍କୁ ୫ ହଜାର ଓ ରନର୍ସଙ୍କୁ ୩ ହଜାର ଟଙ୍କା ପୁରସ୍କାର ରାଶି ସହ ସ୍ଫୋର୍ଟ୍ସ କିଟ୍‌ ପ୍ରଦାନ କରାଯିବ । ଏଥିରେ ସାରାରାଜ୍ୟର ପ୍ରାୟ ୨୦୦ ଜଣ ପ୍ରତିଯୋଗୀ ଭାଗ ନେବେ । ମ୍ୟାଚ ପରିଚାଳନା ପାଇଁ ୩୦ ଜଣ ଅଫିସିଆଲ ଓ ୨୦ ଜଣ ସ୍ୱେଚ୍ଛାସେବୀ ନିୟୋଜିତ ହେବେ । ଏହି ଅବସରରେ ଜିଲ୍ଲା କ୍ରୀଡାଧିକାରୀ ଶ୍ରୀ ଚନ୍ଦନ କୁମାର ସାହୁ, ଜିଲ୍ଲା କ୍ରୀଡା ସଂସଦ ସଂପାଦକ ଶ୍ରୀ ରବି ଶଙ୍କର ପ୍ରତିହାରୀ, ଫିଡବ୍ୟାକ ଫାଉଣ୍ଟେସନର ଶ୍ରୀ ଜ୍ୟୋତିପ୍ରକାଶ, ଓଏସଡି ଶ୍ରୀ ସନ୍ତୋଷ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

13 + 15 =