ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ ଓ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

0 66

ପୁରୀ,୭/୧୦- ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବ୍ରହ୍ମଗିରି ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀମାନଙ୍କୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବା ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲାର ପ୍ରାୟ ୩ ଲକ୍ଷ ୬୪ ହଜାର ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ ପ୍ରକ୍ରିୟା ଶୁଭାରମ୍ଭ କରିବା ସହ ପ୍ରାୟ ଏକ ହଜାର ୬ କୋଟି ୮୨ ଲକ୍ଷ ଟଙ୍କା ମୂଲ୍ୟ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ମଞ୍ଚରେ ୫ ଜଣ ହିତାଧିକାରୀ କୁମାରୀ ପରିଡା, ରୁକିୟା ବିବି, ମମତା ତରେଇ, ରିଙ୍କି ସେଠୀ, ଲତା ପ୍ରଧାନଙ୍କୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀ ମାନଙ୍କୁ ଉକ୍ତ ଯୋଜନାରେ ସାମିଲ କରାଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତ୍ୟେକ ଜୀବନ ମୂଲ୍ୟବାନ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । କରୋନା ମହାମାରୀ ଦ୍ୱିତୀୟ ଲହର ସମୟରେ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବାରେ ରାଜ୍ୟ ସଫଳ ହୋଇଛି । ପୁରୀ ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ଯାରି ରହିଛି ଯାହା ସମଗ୍ର ଦେଶରେ ପ୍ରଥମ । ଜନତାଙ୍କ ସହଭାଗିତାରେ ସମସ୍ତ ଯୋଜନା କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସଚେତନତା ରଥକୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।

hiring

ଜିଲ୍ଲାରେ ଉକ୍ତ ରଥ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସଂପର୍କରେ ସଚେତନତା ସୃଷ୍ଟି କରିବ । ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସବର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସାତପଡା ଠାରୁ ମୋଟୋ ପର୍ଯ୍ୟନ୍ତ ସୁରକ୍ଷା ପ୍ରାଚୀର ନିର୍ମାଣ, ପାନୀୟ ଜଳ ପ୍ରକଳ୍ପ, ସାତପଡା- ଜହ୍ନିକୁଦା ସେତୁ ନିର୍ମାଣ ନିମନ୍ତେ ପଦକ୍ଷେପ ନେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ବର୍ମା ଅନୁରୋଧ କରିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ କିଶୋର ଦାସ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର, ବ୍ରହ୍ମଗିରି ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରମୁଖ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । କ୍ରୀଡା ଓ ଯୁବ ବ୍ୟାପାର, ବିଜ୍ଞାନ ଓ କାରିଗରୀ, ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଜିଲ୍ଲାର ସମସ୍ତ ବ୍ଲକରେ ପ୍ରସାରଣ କରାଯିବା ସହ ସମସ୍ତ ବ୍ଲକରେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଥିଲା । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜଗତସିଂପୁରର ମାନ୍ୟବର ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ୫ ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଓ ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

1 × 5 =