ଚାଲିଛି ମାଉସୀମା’ଙ୍କ ପୋଡପିଠା ପ୍ରସ୍ତୁତି

0 141

ପୁରୀ,୧୮/୭- ବାହୁଡ଼ା ଯାତ୍ରାରେ ମହାପ୍ରଭୁ ଶ୍ରୀମନ୍ଦିର ଫେରିବା ବେଳେ ମାଉସୀ ମା’ଙ୍କ ହାତରୁ ମହାପ୍ରଭୁ ପୋଡ଼ପିଠା ଖାଇବା ପରମ୍ପରା ରହିଛି । ବାହୁଡା ଯାତ୍ରା ଅବସରରେ ମାଉସୀ ମା’ଙ୍କ ପୂଜକ ବିଶ୍ୱନାଥ ମିଶ୍ର ନିଜ ଘରେ ଏହି ପୋଡ଼ପିଠା ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପୋଡ଼ପିଠା ପ୍ରସ୍ତୁତି ବି ନିଆରା । ଅଟାରେ ଛେନା, ଚିନି, ପିସ୍ତା ବାଦାମ, ଅଳେଇଚ, ଲବଙ୍ଗ, ଦେଶୀ ଘିଅ ଆଦିରେ ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ ହୋଇଥାଏ । ଏହାକୁ ଚକଟା ଯାଇ ପୋଡ଼ପିଠା ଆକାରରେ ଚୁଲିରେ ବସାଯାଇ ବାମ୍ଫରେ ସିଝିବାକୁ ଦିଆଯାଇଥାଏ ।

hiring

ପ୍ରାୟ ୮ ଘଣ୍ଟା ବାମ୍ଫରେ ସିଝିବା ପରେ ଏହାକୁ ବାହାର କରି ଥଣ୍ଡା ହେବାକୁ ଛାଡ଼ି ଦିଆଯାଏ । ଥଣ୍ଡା ହେବା ପରେ ଖଣ୍ଡ ଖଣ୍ଡ କରି କାଟି ଏହାକୁ ପୁନର୍ବାର ଦେଶୀ ଘିଅରେ ଛଣା ଯାଇଥାଏ । ପରେ ତିନି ଠାକୁରଙ୍କୁ ତିନୋଟି କୁଡୁଆରେ ମହାପ୍ରଭୁଙ୍କୁ ସମର୍ପଣ କରାଯାଇଥାଏ । ଇତିମଧ୍ୟରେ ପୋଡ଼ପିଠା ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି ।

hiranchal ad1
Leave A Reply

Your email address will not be published.

11 + 16 =