ଜାତୀୟ ମତଦାତା ଦିବସ ପାଳନ ପ୍ରସ୍ତୁତି ବୈଠକ

0 44

ପୁରୀ: ଜିଲ୍ଲା ସ୍ତରୀୟ ଜାତୀୟ ମତଦାତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଉପ ଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଆସନ୍ତା ୨୫ ତାରିଖ ଦିନ ୧୨ତମ ଜାତୀୟ ମତଦାତା ଦିବସ କୋଭିଡ କଟକଣା ମଧ୍ୟରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ପାଳିତ ହେବ । ସଚେତନତା ସୃଷ୍ଟି ନିମନ୍ତେ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନଲାଇନ ମାଧ୍ୟମରେ ପ୍ରତିଯୋଗିତା ଆୟୋଜନ ହେବ । ଏହି ଅବସରରେ ନୂତନ ଭୋଟର ମାନଙ୍କୁ ଭୋଟର ପରିଚୟ ପତ୍ର ପ୍ରଦାନ ସହ ଶ୍ରେଷ୍ଠ ବୁଥ ସ୍ତରୀୟ ଅଧିକାରୀ ଏବ ସୁପରଭାଇଜରଙ୍କୁ ସମ୍ବର୍ଦ୍ଧିତ କରାଯିବା କାର୍ଯ୍ୟକ୍ରମ ରହିଛି । ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ, ସହାୟକ ଜିଲ୍ଲାପାଳ ରାଜବଲ୍ଲଭ ନାୟକ, ଜଗନ୍ନାଥ ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଅଧ୍ୟାପିକା ଡଃ ହରପ୍ରିୟା ଦାଶ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଅନିତା ପଟ୍ଟନାୟକ, ବରିଷ୍ଠ ରାଜସ୍ୱ ସହାୟକ ପ୍ରିୟରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

four + twenty =