ରାଜ୍ୟରେ ପୁଣି ୫୪୩ ନୂଆ ପଜିଟିଭ ଚିହ୍ନଟ, ୪ ମୃତ

0 131

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୫୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣ ଏହି ବିଶ୍ୱ ମହାମାରୀ ରୋଗରେ ମୃତ୍ୟୁବରଣ କରିଛନ୍ତି । ଏଥିସହ ରାଜ୍ୟରେ ମୃତ୍ୟୁସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୧୪୨୮୦ରେ ପହଞ୍ଚିଛି । ଚିହ୍ନଟଙ୍କ ମଧ୍ୟରୁ ୩୫୪ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ବୋଲି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ୫୪୩ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୩୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୮୮ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ ଜିଲ୍ଲାରୁ ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୨ଜଣ ଚିହ୍ନଟ ୮ହୋଇଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୨୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୯୨୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୪୭୨୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

3 × two =