ରାଜ୍ୟରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା

0 173

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ ୨୪ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

hiring

ଏହା ସହିତ ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେଓଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଜୋର୍ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଆସନ୍ତା ୧୬ ତାରିଖ ଯାଏ ସାରା ରାଜ୍ୟରେ ଏପରି ପାଣିପାଗ ଲାଗି ରହିବ। ଏନେଇ ଆଲର୍ଟ ରହିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ବାୟୁମଣ୍ଡଳରେ ସକ୍ରିୟ ଏକ ଘୂର୍ଣ୍ଣିବଳୟ ଯୋଗୁଁ ବର୍ଷା ଜାରି ରହିବ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବ। ଏହା ସହିତ କେତେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ଝଡ଼ବର୍ଷା ହେବାର ଆଶଙ୍କା ରହିଛି।

hiranchal ad1
Leave A Reply

Your email address will not be published.

twelve + 17 =