ଆସୁଛି ଲଘୁଚାପ : ଆସନ୍ତାକାଲିଠାରୁ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0 169

ଭୁବନେଶ୍ୱର :  ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। 

hiring

ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି। ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ  ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଗୁରୁବାର ବି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

hiranchal ad1
Leave A Reply

Your email address will not be published.

3 × three =