ପୁଣି ଲଘୁଚାପ ସୃଷ୍ଟି

0 55

ଭୁବନେଶ୍ୱର:ଭାରତ ମହାସାଗରର ମନ୍ନାର ଉପସାଗର ଏବଂ ସଂଲଗ୍ନ ଶ୍ରୀଲଙ୍କା ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହା କେଉଁ ଦିଗରେ ଗତି କରିବ ଓ ପ୍ରଭାବ କ’ଣ ରହିବ ତାହା ଏଯାଏ ସ୍ପଷ୍ଟ ହୋଇନି। ଅପରପକ୍ଷେ ସୋମବାର କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ସେହିପରି ମଙ୍ଗଳବାର ଓ ବୁଧବାର ମଧ୍ୟ ବିକ୍ଷିପ୍ତ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

hiranchal ad1
Leave A Reply

Your email address will not be published.

twelve + 10 =