୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0 115

ଭୁବନେଶ୍ୱର:  ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।  ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଏହାସହ  ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୯  ଯାଏଁ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

hiring

ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ତେଣୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବ । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

hiranchal ad1
Leave A Reply

Your email address will not be published.

seventeen − eleven =