୧୨ରୁ କମିବ ବର୍ଷା

0 119

ଭୁବନେଶ୍ୱର:ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ ସର୍ବାଧିକ ୧୨.୨୪ ସେ.ମି ଓ ବରଗଡ଼ ଜିଲା ଝରବନ୍ଧ ଅଞ୍ଚଳରେ ଦ୍ବିତୀୟ ସର୍ବାଧିକ ୭.୮ ସେ.ମି ବର୍ଷା ହୋଇଛି। ତେବେ ଆଉ ୪ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। ଅପରପକ୍ଷରେ ୧୨ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ୧୩ ତାରିଖଠାରୁ ନୂଆପଡ଼ା ଓ ନବରଙ୍ଗପୁର ଜିଲା ବ୍ୟତୀତ ବାକି ସବୁଠି ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ମନୋରମା କହିଛନ୍ତି। ତାଙ୍କ ସୂଚନାନୁସାରେ, ମଙ୍ଗଳବାର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କୌଣସି ଜିଲାକୁ ସତର୍କତା ଜାରି ହୋଇ ନ ଥିବାବେଳେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମସ୍ତ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ଓ ବାକି ରାଜ୍ୟର ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ସତର୍କତା ଜାରି ହୋଇଛି।

hiranchal ad1
Leave A Reply

Your email address will not be published.

2 × four =