ରାଜ୍ୟରେ ଜାରି ରହିଛି ବର୍ଷା, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

0 70

ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି ।ଅବପାତ ପ୍ରଭାବରେ ଉପକୂଳ ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି । ସୋମବାର ୮ ଜିଲ୍ଲା- ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, କନ୍ଧମାଳ,ବୌଦ୍ଧ, ସୋନପୁର ଓ ବରଗଡରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲା ଗୁଡିକ ହେଉଛନ୍ତି- କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ।
୧୨ ତାରିଖ ସକାଳ ସାଢେ ୮ଟାରୁ ୧୩ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, ବରଗଡ, ସମ୍ୱଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ମୟୂରଭଞ୍ଜ, କନ୍ଧମାଳ, ସୋନପୁର, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ଅନ୍ୟପକ୍ଷରେ ସେପ୍ଟେମ୍ବର ୧୭/୧୮ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଶନିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ ।

hiranchal ad1
Leave A Reply

Your email address will not be published.

2 + 14 =