ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡି

0 31

ପୁରୀ : ଜୁଲାଇ ୭ ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ତେଣୁ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚଛି ରଥ ଦଉଡି । ସମୁଦାୟ ୨୬ଟି ଦଉଡି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି । ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି ପ୍ରସ୍ତୁତ କରୁଥିଲେ । ତେବେ ଏହି ଦଉଡି ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଛି । ତିନିରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବା ବେଳେ ଆଉଟଡୋର, ଇନର୍‌, ଜେନେରାଲ୍‌ ଓ ପୋଲିସ ପାଇଁ ତିନୋଟି ଲେଖାଏଁ ସମୁଦାୟ ୧୨ଟି ଦଉଡି ରହିଛି । ରଥଟଣା ପାଇଁ ରଥ ଦଉଡିର ଲମ୍ବ ୨୨୦ ଫୁଟ ହୋଇଥିବା ବେଳେ ଏହାର ଗୋଲେଇ ରହିଛି ୮ ଇଞ୍ଚ । ସେହିପରି ଅନ୍ୟ ଦଉଡି଼ର ଗୋଲେଇ ଚାରି ଇଞ୍ଚ ଥିବା କହିଛନ୍ତି ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ।
ସେପଟେ ଖୁବ ଶୀଘ୍ର ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ଆସି ପହଞ୍ଚିବ । ସେପଟେ କଟକ ଖପୁରିଆ କରତ କଳରେ ରଥ କାଠ ଚିରଟ ଆରଂଭ ହୋଇଛି । ଆଗାମୀ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହେବ ।

hiranchal ad1
Leave A Reply

Your email address will not be published.

four × three =