ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

0 66

ଭୁବନେଶ୍ୱର : ଭୁବନେଶ୍ବର ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ପାଳନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଉଥିଲେ । ପ୍ରଥମ ଥର ପାଇଁ ଭାଗ ନେଇଛନ୍ତି ବିଏସଏଫ ଯବାନ ।

hiring

ସେହିପରି ପରେଡରେ ଭାଗ ନେଇଥିବା ସମସ୍ତ ସଦସ୍ୟଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା । ଭୁବନେଶ୍ବର ଡିସିପିଙ୍କ ନେତୃତ୍ବରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୭୦ ଜଣ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଥିଲା । ସିସିଟିଭି ନଜରରେ ରହିଛି ଗାନ୍ଧିମାର୍ଗ । ଏଥି ସହ ଗାନ୍ଧିମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା ।

ସେପଟେ କଟକ ବାରବାଟୀ ଷ୍ଟାଡିୟମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି । ଚଳିତ ବର୍ଷ ୪ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଇଛନ୍ତି । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତ ବର୍ଷ ୩୨ ଜଣ କରୋନା ଯୋଦ୍ଧାଙ୍କୁ ସମ୍ମାନୀତ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

15 − 8 =