ଏସ୍‌ସିବିରେ ଇକ୍‌ମୋ ଚିକିତ୍ସା ଆରମ୍ଭ

0 145

କଟକ : କଟକ ଏସସିବି ମେଡିକାଲ୍ କଲେଜ ଓ ହସ୍‌ପିଟାଲ୍‌ରେ ଆରମ୍ଭ ହୋଇଛି ଇକ୍‌ମୋ ଚିକିତ୍ସା। ଗତକାଲି ରାତିରୁ ଏଠାରେ ଏହି ଚିକିତ୍ସା ଆରମ୍ଭ ହୋଇଛି। କରୋନାରେ ଆକ୍ରାନ୍ତ ହୋଇଥିବା କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ମହିଳାଙ୍କୁ କିଛିଦିନ ତଳେ ଏସସିବିରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଗତକାଲି ରାତିରେ ତାଙ୍କୁ ଏସ୍‌ସିବିର କାର୍ଡିଓଥୋରାସିସ ବିଭାଗକୁ ସ୍ଥାନାନ୍ତରିତ କରାଯାଇ ତାଙ୍କର ଇକମୋ ଚିକିତ୍ସା ଆରମ୍ଭ କରାଯାଇଛି।

hiranchal ad1
Leave A Reply

Your email address will not be published.

eight − 5 =